15ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।
16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।
17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।
18ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
19ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,