ମାଥିଉ 28

ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।

Matthew 28:18 (UKJV) And Jesus came and spoke unto them, saying, All power is given unto me in heaven and in earth.

16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।

17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।

18ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।

19ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,

20ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.