20ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
21ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
22ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।
23ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,
24ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।