ମାଥିଉ 5

କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।

Matthew 5:20 (UKJV) For I say unto you, That except your righteousness shall exceed the righteousness of the scribes and Pharisees, all of you shall in no case enter into the kingdom of heaven.

18କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।

19ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।

20କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।

21ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’

22କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.