ମାଥିଉ 5

ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,

Matthew 5:23 (UKJV) Therefore if you bring your gift to the altar, and there remember that your brother has ought against you;

21ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’

22କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।

23ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,

24ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।

25ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.