24ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।
25ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।
26ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
27ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’
28କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।