26ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
27ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’
28କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
29ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
30ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।