29ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
30ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
31ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’
32କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।
33ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।’