ମାଥିଉ 5

ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।

Matthew 5:36 (UKJV) Neither shall you swear by your head, because you can not make one hair white or black.

34କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ;

35କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମ ସହରର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;

36ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।

37କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।

38ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.