36ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।
37କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।
38ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’
39କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।
40ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।