42ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।
43ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’
44କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
45ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
46ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?