ମାଥିଉ 6

ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।

Matthew 6:1 (UKJV) Take heed that all of you do not your alms before men, to be seen of them: otherwise all of you have no reward of your Father which is in heaven.

1ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।

2ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

3କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.