ମାଥିଉ 6

ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।

Matthew 6:10 (UKJV) Your kingdom come, Your will be done in earth, as it is in heaven.

8ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।

9ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।

10ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।

11ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।

12ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.