11ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
12ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
13ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
14କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
15କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।