15କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
16ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
17କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
19ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;