17କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
19ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
20ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।