ମାଥିଉ 6

ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।

Matthew 6:22 (UKJV) The light of the body is the eye: if therefore yours eye be single, your whole body shall be full of light.

20ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,

21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।

22ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।

23କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!

24କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.