2ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
3କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
4ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
5ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
6କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।