ମାଥିଉ 6

ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।

Matthew 6:7 (UKJV) But when all of you pray, use not vain repetitions, as the heathen do: for they think that they shall be heard for their much speaking.

5ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

6କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

7ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।

8ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।

9ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.