ମାଥିଉ 7

ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।

Matthew 7:14 (UKJV) Because strait is the gate, and narrow is the way, which leads unto life, and few there be that find it.

12ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।

13ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।

14ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।

15ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!

16ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.