16ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?
17ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ।
18ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ।
19ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।
20ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ।