19ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।
20ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ।
21ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
22ସେ ଦିନ ଅନେକେ ମୋତେ କହିବେ, ‘ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ?’ ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ?
23ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ‘ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।’