ମାଥିଉ 7

ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।

Matthew 7:25 (UKJV) And the rain descended, and the floods came, and the winds blew, and beat upon that house; and it fell not: for it was founded upon a rock.

23ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ‘ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।’

24ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।

25ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।

26ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ।

27ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.