25ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।
26ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ।
27ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”
28ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,
29କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।