2କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।
3ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
4ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
5ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।
6ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।