ମାଥିଉ 8

ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।

Matthew 8:1 (UKJV) When he was come down from the mountain, great multitudes followed him.

1ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।

2ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।

3ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.