11କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
12ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”
13ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, “ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।” ସେହିକ୍ଷଣି ଦାସଟି ସୁସ୍ଥ ହେଲା।
14ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;
15ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।