16ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
17ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”
18ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ।
19ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
20ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”