25ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।
26ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।
27ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
28ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।
29ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?