ମାଥିଉ 8

ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?

Matthew 8:29 (UKJV) And, behold, they cried out, saying, What have we to do with you, Jesus, you Son of God? are you come here to torment us before the time?

27ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।

28ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।

29ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?

30ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା।

31ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.