ମାଥିଉ 8

ଯୀଶୁ ସେମାନଙ୍କୁ କହିଲେ, “ଯାଅ।” ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ଘୁଷୁରିପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ।

Matthew 8:32 (UKJV) And he said unto them, Go. And when they were come out, they went into the herd of swine: and, behold, the whole herd of swine ran violently down a steep place into the sea, and perished in the waters.

30ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା।

31ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ।

32ଯୀଶୁ ସେମାନଙ୍କୁ କହିଲେ, “ଯାଅ।” ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ଘୁଷୁରିପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ।

33ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ।

34ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.