ମାଥିଉ 8

ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,

Matthew 8:5 (UKJV) And when Jesus was entered into Capernaum, there came unto him a centurion, beseeching him,

3ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।

4ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”

5ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,

6ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।

7ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.