ମାଥିଉ 9

ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?

Matthew 9:14 (UKJV) Then came to him the disciples of John, saying, Why do we and the Pharisees fast often, but your disciples fast not?

12କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।

13କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”

14ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?

15ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।

16କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.