27ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
28ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେ ଏହା କରିପାରେ, ତାହା କି ବିଶ୍ୱାସ କରୁଅଛ?” ସେମାନେ କହିଲେ ହଁ, ପ୍ରଭୁ।
29ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, “ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ।”
30ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”
31ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।