29ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, “ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ।”
30ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”
31ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।
32ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ।
33ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ।