ମାଥିଉ 9

ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,

Matthew 9:37 (UKJV) Then says he unto his disciples, The harvest truly is abundant, but the labourers are few;

35ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।

36ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।

37ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,

38ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.