9କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
10ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
11ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
12କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
13ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।