3କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
4ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
5କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
6ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
7ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।