1ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
2ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
3ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।