ମୀଖା 2

ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।

Micah 2:11 (UKJV) If a man walking in the spirit and falsehood do lie, saying, I will prophesy unto you of wine and of strong drink; he shall even be the prophet of this people.

9ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।

10ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି।

11ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।

12ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।

13ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.