3ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
4ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”
5ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।
6ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।
7ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?