5ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।
6ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।
7ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?
8ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
9ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।