7ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?
8ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
9ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।
10ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି।
11ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।