1ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
2ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
3ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।