9ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
10ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
11ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”
12ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।