2ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
3ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।
4ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
5ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
6ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।