ମୀଖା 3

ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।

Micah 3:6 (UKJV) Therefore night shall be unto you, that all of you shall not have a vision; and it shall be dark unto you, that all of you shall not divine; and the sun shall go down over the prophets, and the day shall be dark over them.

4ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।

5ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:

6ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।

7ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।

8ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.