6ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
7ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।
8ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
9ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
10ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।