10ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।
11ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, “ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।”
12ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।
13ହେ ସିୟୋନ କନ୍ୟେ, ଉଠ, ଶସ୍ୟମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।