ମୀଖା 4

ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।

Micah 4:3 (UKJV) And he shall judge among many people, and rebuke strong nations far off; and they shall beat their swords into plowshares, and their spears into pruning hooks: nation shall not lift up a sword against nation, neither shall they learn war any more.

1ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।

2ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।

3ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।

4ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

5କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.